ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତ ରାଜ୍ଯ ଵାସୀଙ୍କୁ ଅଭିନନ୍ଦନ ଓ ଶୁଭକାମନା।
ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତ ରାଜ୍ଯ ଵାସୀଙ୍କୁ ଅଭିନନ୍ଦନ ଓ ଶୁଭକାମନା। ଆମେ ଓଡ଼ିଆ ଭାବରେ ଗର୍ବିତ ।
ମହାମହିମ ରାଷ୍ଟ୍ରପତିଙ୍କ ବାର୍ତ୍ତା

ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।
ମାନ୍ୟବର ରାଜ୍ୟପାଳଙ୍କ ବାର୍ତ୍ତା
ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ପ୍ରଥମ ଦିନରେ ମାନ୍ୟବର ରାଜ୍ୟପାଳ ଶ୍ରୀଯୁକ୍ତ ଗଣେଶୀ ଲାଲ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସେ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି।


ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ।




